Advertisment

ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ

ଆଜି ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଦ୍ୟତନ ହୋଇଛି
Weather

Weather

Advertisment

କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ଆଜି ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ମୁହାଁଇ ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଗତି କରିବ। ଆଗାମୀ ୩୬ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳର ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, କୋରାପୁଟ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। 

ସେହିପରି ରାୟଗଡ଼ା, ଗଞ୍ଜାମ,ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ସେହିପରି ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲା କିଛି ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

Advertisment

ଝାରସୁଗୁଡ଼ା, ଅନୁଗୋଳ ,ଦେବଗଡ଼, ଯାଜପୁର, ବାଲେଶ୍ୱର , ମୟୂରଭଞ୍ଜ, ଓ ସୁନ୍ଦରଗଡ଼ ଜିଲ୍ଲାରେ ସାମ୍ୟନ୍ୟରୁ ମଧ୍ୟ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ସେହିପରି ୩୧ ତାରିଖ ସକାଳ ସାଢ଼େ ୮ଟାରୁ ୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧ ତାରିଖ ସକାଳ ସାଢ଼େ ୮ଟାରୁ ୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Weather Report Weather Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe