Advertisment

ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ; ମଧ୍ୟାହ୍ନରେ ପୁରୀ ଅତିକ୍ରମ କରିବ

ଗଭୀର ଅବପାତ ପ୍ରଭାବରେ ବର୍ଷା ଲାଗି ରହିବା ସହ ଉପକୂଳ ଓଡ଼ିଶାରେ ପବନ ୪୦ରୁ ୬୦ କି.ମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Heavy Rain

Heavy Rain

ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଅବପାତଟି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ
ହୋଇଛି। ଏହା ଘଣ୍ଟା ପ୍ରତି ୭ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଏହା ପୁରୀଠାରୁ ୧୧୦ କିମି ଦୂର କେନ୍ଦ୍ରୀଭୂତ ହୋଇଛି। ଆଜି ମଧ୍ୟାହ୍ନ ସମୟରେ ପୁରୀ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। 

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବା ସହ ଉପକୂଳ ଓଡ଼ିଶାରେ  ୪୦ରୁ ୬୦ କି.ମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୧ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଅନ୍ୟପକ୍ଷରେ ଭୀଷଣ ବର୍ଷା ନେଇ ଆଜି ୫ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ପୁରୀ, ଜଗତସିଂହପୁର, କଟକ, ଖୋର୍ଦ୍ଧା ଏବଂ ଢେଙ୍କାନାଳ ଜିଲ୍ଲାରେ ୨୦ ସେଣ୍ଟିମିଟର ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନ୍ୟ ୧୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି  କରାଯାଇଛି।

Advertisment

 ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ଧାମରା, ପାରାଦୀପ, ପୁରୀ ଏବଂ ଗୋପାଳପୁର ପୋର୍ଟକୁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି। 

Heavy Rain Weather Report Weather Weather Condiction