Advertisment

ଆଜି ୱେଲ୍ ମାର୍କଡ ଲୋ’ ପ୍ରେସରରେ ପରିଣତ ହେବ ଗଭୀର ଅବପାତ

ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ।

author-image
Tapaswini Nayak
ଅଦ୍ୟତନ ହୋଇଛି
Heavy Rain

Heavy Rain

ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଗଭୀର ଅବପାତଟି ଆଜି ସନ୍ଧ୍ୟା ସୁଦ୍ଧା ଦୁର୍ବଳ ହୋଇ ୱେଲ୍ ମାର୍କଡ ଲୋ’ ପ୍ରେସରରେ ପରିଣତ ହେବ। ଏହା ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଛତିଶଗଡ଼ ମୁହାଁ ହେଉଛି। ଏହା ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ସକାଳ ସାଢ଼େ ୮ଟା ସୁଦ୍ଧା ୧୦ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଆସନ୍ତାକାଲି ସକାଳ ସାଢ଼େ ୮ଟା ସୁଦ୍ଧା ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ରେଡ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ବଲାଙ୍ଗିର, ବୌଦ୍ଧ, ମାଲକାନଗିରି, କୋରାପୁଟ ,ନବରଙ୍ଗପୁର ଓ ପୁରୀ।

ସେହିପରି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, ନୂଆପଡ଼ା ଓ ଝାରସୁଗୁଡ଼ା। ଏତବ୍ୟତିତ ବଲାଙ୍ଗିର, ସୋନପୁର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହି ଜିଲ୍ଲାରେ ୭ରୁ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ। ସମୁଦ୍ର ଅଶାନ୍ତ ଥିବାରୁ  ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। 

Advertisment
Heavy Rain Weather Report Weather Condiction