Advertisment

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ୪୮ ଘଣ୍ଟାରେ ଅବପାତ

ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜିଠୁ ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ବର୍ଷା ଲାଗି ରହିବାର ସମ୍ଭାବନା ରହିଛି।

Weather

Weather

Advertisment

ଦକ୍ଷିଣପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା କ୍ରମଃଶ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୪୮ ଘଣ୍ଟା ମଧ୍ୟରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ଆଜିଠୁ ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ଧରି ବର୍ଷା ଲାଗି ରହିବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଜଗତସିଂହପୁର, ଗଜପତି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା କେତେ ଜିଲ୍ଲାରେ ପ୍ରବଳ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଶନିବାର ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର,ଦେବଗଡ଼, ସମ୍ୱଲପୁର, ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ରବିବାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Heavy Rain Weather Report Weather
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe