Weather
ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁତାପ କ୍ଷେତ୍ର। ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ଏହି ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହୋଇଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ। ବିଶେଷ କରି ପୂର୍ବ ଓ ପଶ୍ଚିମ ଓଡ଼ିଶା ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ଏଥିସହିତ ୨୭ ତାରିଖ ପରେ ପାଗର ପରିବର୍ତ୍ତନ ହେବ ବୋଲି ପାଣିପାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ୧୫ ଜିଲ୍ଲାରେ ବର୍ଷା ସହ ଘଡ଼ଘଡ଼ି ହେବ। ଏନେଇ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲା ଗୁଡ଼ିକରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Weather_1716516734.jpg)