Advertisment

ଉତ୍ତର ଓଡ଼ିଶାରେ ପ୍ରବଳ ଛେଚିବ; ୱାର୍ଣ୍ଣିଂ ଜାରି

ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ଆସିବାର ସମ୍ଭାବନା ରହିଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Weather

Weather

ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ବି ପ୍ରବଳ ବର୍ଷିବ। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ମଧ୍ୟମଧରଣର ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା ପୁରୀ, ଜଗତସିଂହପୁର, ଖୋର୍ଦ୍ଧା ଓ କଟକ। 

ସେହିପରି କଟକ ଓ ଭୁବନେଶ୍ୱର ସମେତ କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି। ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ଆସିବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

Advertisment

ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ସ୍ୱାଭାବିକ ଠାରୁ ୭ ପ୍ରତିଶତ ନିଅଁଣ୍ଟିଆ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ୨୧ଟିଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ କେବଳ ମାଲକାନଗିରି ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି। ୮ଟି ଜିଲ୍ଲାରେ ଏବେ ବି ୧୯ ରୁ ୫୯ ପ୍ରତିଶତ ପର୍ଯ୍ୟନ୍ତ ନିଅଁଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

Heavy Rain Weather Report Weather Condiction