/odisha-reporter/media/post_attachments/uploadimage/library/16_9/16_9_0/IMAGE_1725171578.jpg)
Cyclone
ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହେବ ଘୂର୍ଣ୍ଣିବଳୟ। ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହୋଇ ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ଗତି କରିବ। ଏହା ପର୍ଯ୍ୟାୟକ୍ରମେ ଅବପାତ ଏବଂ ବାତ୍ୟାର ରୂପ ନେବ। ୨୩ରେ ଅବପାତ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେଇପାରେ। ବାତ୍ୟାର ନାଁ ରଖାଯାଇଛି 'ଦାନା'।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସଦ୍ୟତମ ସୂଚନା ଅନୁସାରେ, ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଓ ୨୫ ତାରିଖରେ ଓଡ଼ିଶାରେ ଅଧିକ ବର୍ଷା ହେବ। ବିଶେଷ କରି ଉପକୂଳବର୍ତ୍ତୀ ଓଡ଼ିଶାରେ ଅଧିକ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଓଡ଼ିଶାରେ ଅଧିକ ବର୍ଷା ହେବ। କିଛି ସ୍ଥାନରେ ୨୦ରୁ ୩୦ ସେମି ପର୍ଯ୍ୟନ୍ତ ବର୍ଷା ହେବ। ଏପରିକି ଆଉ କିଛି ସ୍ଥାନରେ ୩୦ ସେମିରୁ ଅଧିକ ବର୍ଷା ହେବ।
ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
