Advertisment

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର; ୨୩ରେ ବାତ୍ୟା

୨୪ ତାରିଖ ସକାଳେ ସମ୍ଭାବ୍ୟ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
Rain

Rain

Advertisment

ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେ ତ୍ରସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୩ ତାରିଖରେ ଏହା ବାତ୍ୟାର ରୂପ ନେବ। ୨୪ ତାରିଖ ସକାଳେ ସମ୍ଭାବ୍ୟ ବାତ୍ୟାଟି ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ଏହି ସମ୍ଭାବ୍ୟ ବାତ୍ୟା ନାଁ 'ଦାନା' ରଖାଯାଇଛି।  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ୨୩, ୨୪, ୨୫ ତାରିଖ ୩ ଦିନ ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ  ୨୦ରୁ ୩୦ ସେମି ବର୍ଷା ହେବାର ସମ୍ଭାବନା ରହିଛି। ଗୋଟିଏ ଦୁଇଟି ସ୍ଥାନରେ ୩୦ସେମିରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।

ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ଅଧିକ ବର୍ଷା ହେବ। ଏହି ୩ ଜିଲ୍ଲାରେ ପବନ ଯୋଗୁ ଗଛ ଉପୁଡ଼ିବା ସହ ତଳିଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି। ଲୋକେମାନେ ଭୟଭୀତ ନ ହୋଇ ନିରାପଦ ସ୍ଥାନରେ ରହିବାକୁ ପରାମର୍ଶ ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା।

Advertisment

ସେ ଆହୁରି କହିଛନ୍ତି, ସମ୍ଭାବ୍ୟ ବାତ୍ୟା ସମୟରେ ସ୍ଥଳଭାଗରେ ପବନର ବେଗ ଆକଳନ କରାଯାଇନାହିଁ। ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ   ଅବପାତରେ ପରିଣତ ହେବା ପରେ ପବନର ବେଗ ଆକଳନ କରାଯିବ। ସମ୍ଭାବ୍ୟ ବାତ୍ୟାଟି ଉପକୂଳ ଛୁଇଁବା ସମୟରେ ସମୁଦ୍ରରେ ପବନର ବେଗ  ଘଣ୍ଟାପ୍ରତି ୧୦୦ରୁ ୧୨୦ ରହିବ ବୋଲି ଆକଳନ ହୋଇଛି। ତେବେ ସମ୍ଭାବ୍ୟ ବାତ୍ୟାଟି କେଉଁଠି ଲ୍ୟାଣ୍ଡଫଲ୍‌ କରିବ ଅବପାତ ପରେ ଜଣାପଡ଼ିବ। 

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ଓ ଏଥିସହ ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ଫେରିଆସିବାକୁ ଚେତାବନୀ ଜାରି ଜାରି ଯାଇଛି। ଆଜି ସକାଳେ ପାରାଦୀପ, ଗୋପାଳ ଓ ବାଲେଶ୍ୱର ଉପକୂଳକୁ କିଛି ମତ୍ସ୍ୟଜୀବୀ ଫେରି ଆସିଥିବା ଜଣାଯାଇଛି। 

୍ର

Heavy Rain Weather Report Weather Cyclone
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe