Advertisment

ଆଜି ସୃଷ୍ଟି ହେବ ବାତ୍ୟା; ଉତ୍ତର ଓଡ଼ିଶା ଉପରେ ପଡ଼ିବ ଅଧିକ ପ୍ରଭାବ

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଗଭୀର ଅବପାତଟି ଏବେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଆଗକୁ ବଢୁଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
cyclone

cyclone

ବଙ୍ଗୋପସାଗରରେ ବଳ ଗୋଟାଇ ଆଗକୁ ବଢୁଛି ଡିପ୍ ଡିପ୍ରେସନ୍। ଆଜି ବାତ୍ୟାରେ ପରିଣତ ହେବ। କାଲି ଭୀଷଣ ରୂପ ନେଇ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ। ଏଥିପାଇଁ  ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ବାତ୍ୟା ନେଇ ୟେଲୋ ଆଲର୍ଟ ଜାରି ହୋଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଗଭୀର ଅବପାତଟି ଏବେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟାପ୍ରତି ୩ କିଲୋମିଟର ବେଗରେ ଆଗକୁ ବଢୁଛି। ବର୍ତ୍ତମାନ ପାରାଦୀପଠାରୁ ୬୭୦ କିଲୋମିଟର ଦକ୍ଷିଣପୂର୍ବ ଓ ପଶ୍ଚିମବଙ୍ଗ ସାଗର  ଦ୍ୱୀପରୁ ୭୨୦ କିଲୋମିଟ ଦକ୍ଷିଣ-ଦକ୍ଷିଣ ପୂର୍ବ ଦୂରରେ ଅବପାତଟି କେନ୍ଦ୍ରୀଭୂତ ରହିଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ବାତ୍ୟାର ରୂପ ନେବ।

ଏହାପରେ ଅଧିକ ଘନୀଭୂତ ହେବ ସାମୁଦ୍ରିକ ଝଡ। ଆସନ୍ତାକାଲି ଏହା ଉତ୍ତର ପଶ୍ଚିମ ବଙ୍ଗୋପସାରରେ ଭୀଷଣ ବାତ୍ୟା ରୂପ ନେବ। ଓଡ଼ିଶାର ପୁରୀ ଏବଂ ପଶ୍ଚିମବଙ୍ଗର ସାଗରଦ୍ୱୀପ ମଧ୍ୟରେ ଆସନ୍ତାକାଲି ରାତି କିମ୍ବା ୨୫ ପାହାନ୍ତା ଭିତରେ ଉପକୂଳ ଅତିକ୍ରମ କରିବ। ତେବେ ପ୍ରକୃତ ଲ୍ୟାଣ୍ଡଫଲ୍ ସ୍ଥଳ ଏଯାଏଁ ସ୍ପଷ୍ଟ କରିନି ଆଇଏମଡି। ଭୀଷଣ ବାତ୍ୟା ଉପକୂଳ ଅତିକ୍ରମ ବେଳେ ପବନର ବେଗ ୧୦୦ରୁ ୧୨୦ ମଧ୍ୟରେ ରହିବ।  ବାତ୍ୟାର ପ୍ରଭାବ ଉତ୍ତର ଓଡ଼ିଶା ଉପରେ ଅଧିକ ରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

Advertisment

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ  ୭ଟି ଜିଲ୍ଲାରେ ଆସନ୍ତାକାଲି ଏବଂ ପରଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ବି ଜାରି ହୋଇଛି। ଆଜି ରାତି ସୁଦ୍ଧା ପ୍ରଭାବିତ ହେବାକୁ ଥିବାଜିଲ୍ଲାଗୁଡ଼ିକରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ। ପ୍ରଭାବିତ ହେବାକୁଥିବା ଜିଲ୍ଲା ଗୁଡିକରେ ସରକାରୀ ଆଶ୍ରୟସ୍ଥଳୀ ବାଦ୍ଆଉ ୫ଶହ ଅସ୍ଥାୟୀ ଆଶ୍ରୟ ଶିବିର ଏବଂ ୨୫୦ଟି ରିଲିଫ୍ ସେଣ୍ଟରର ବ୍ୟବସ୍ଥା ହୋଇ ଥିବା ଜଣାଯାଇଛି। 

Weather Weather Condiction Cyclone Dana