Advertisment

ଆଜି ସୃଷ୍ଟି ହେବ ଲଘୁଚାପ,୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାର ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
Rain

Rain

Advertisment

ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଆଜି ଏହା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାର ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନିଗିରି, ଗଂଜାମ, ଗଜପତି ସମେତ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବାନା ରହିଛି। ଏହାସହ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ରାୟଗଡ଼ା, ବୌଦ୍ଧ, ସୋନପୁର ଆଦି ୧୩ ଜିଲ୍ଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି।

ମାଲକାନଗିରି ଓ କୋରାପୁଟରେ ଜିଲ୍ଲାରେ ଅତି ପ୍ରବଳ ହେବାର ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି। ଏନେଇ ଟ୍ରାଫିକ ସମସ୍ୟା ସୃଷ୍ଟି ହେବାକୁ ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Advertisment
Weather Report Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe