Advertisment

୩୦ ଯାଏଁ ପ୍ରବଳ ବର୍ଷିବ, ୱାର୍ଣ୍ଣିଂ ଜାରି

ଆଜି ସକାଳେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି।

undefined

Rain

Advertisment

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ଆଜିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଇଲାକାରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। 

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି,ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୮ ତାରିଖରେ ନବରଙ୍ଗପୁର, ନୂଆପଡ଼ା, କେନ୍ଦୁଝର,ବରଗଡ଼ ଓ ମୟୂରଗଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୨୯ ତାରିଖରେ କଳାହାଣ୍ଡି,ବଲାଙ୍ଗିର, ଦେବଗଡ଼, ବରଗଡ଼, ସୋନପୁର, ବୌଦ୍ଧ, ସମ୍ବଲପୁର, ଅନୁଗୋଳ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୩୦ ତାରିଖରେ ଝାରସୁଗୁଡ଼ା,ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର,ବଲାଙ୍ଗିର, ସୋନପୁର, ଅନୁଗୋଳ ଢ଼େଙ୍କାନାଳ ,କଟକ, କେନ୍ଦୁଘର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଜି ସକାଳେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଛି। ବର୍ଷା ଲାଗି ରହିବା ଯୋଗୁ ଅତଳିଆ ଅଞ୍ଚଳରେ ପାଣି ଜମିବା ସହ ଭୂସ୍ଖଳନ ଏବଂ ଗମନାଗମନରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି।

Heavy Rain Weather Report Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe