Advertisment

ଆସନ୍ତା ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର!, ଆଜିଠୁ ବଢ଼ିବ ବର୍ଷାର ପରିମାଣ

ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ କେତେକ ଜିଲ୍ଲାରେ ଆଜି ଓ ଆସନ୍ତାକାଲି ପ୍ରବଳବର୍ଷା ହେବାର ସମ୍ଭାବନା ରହିଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Weather

Weather

ଉତ୍ତର-ପୂର୍ବ, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଯୋଗୁ ରାଜ୍ୟରେ ଆଜି ସକାଳେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଏହି ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

Advertisment

ପାଣିପାଗକେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଉତ୍ତର-ପୂର୍ବ, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ଓ  ବିସ୍ତୃତି ବଢ଼ିବ।

ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ କେତେକ ଜିଲ୍ଲାରେ ଆଜି ଓ ଆସନ୍ତାକାଲି ପ୍ରବଳବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଗୋଟିଏ ଓ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 

Advertisment

୧୭ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।।

ସେହିପରି ୧୮ ତାରିଖରେ ସମ୍ୱଲପୁର, ସୋନପୁର, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଅନୁଗୋଳ, ଗଞ୍ଜାମ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବୌଦ୍ଧ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସମୟରେ ତଳିଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଲୋକଙ୍କୁ ସର୍ତକ କରାଯାଇଛି।

Weather Report Weather Condiction