Advertisment

ଆଜି ଓ ଆସନ୍ତାକାଲି ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ, ୱାର୍ଣ୍ଣିଂ ଜାରି

ଗତ ୨୪ ଘଣ୍ଟା ମଧ୍ୟରେ ପୁରୀରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି।

Weather

Weather

Advertisment

ବଙ୍ଗୋପସାଗରରେ ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ଆଜି ଓ କାଲି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଓ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ରାଇରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ବରଗଡ଼, ବୌଦ୍ଧ, ନୟାଗଡ଼,ଖୋର୍ଦ୍ଧା, ଗଞ୍ଜାମ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଶନିବାର ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରାଜ୍ୟରେ ବର୍ଷା ହେବା ଯୋଗୁ ସାମୟିକ ଭାବେ ତଳିଆ ଅଞ୍ଚଳରେ ପାଣି ଜମିବା ସମ୍ଭାବନା ରହିଛି। ଚାଷ ଜମିରୁ ଜନ ନିଷ୍କାସନ ପାଇଁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଚାଷୀଙ୍କୁ ମରାମର୍ଶ ଦିଆଯାଇଛି। ପାହାଡ଼ିଆରେ ଅଞ୍ଚଳରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ପୁରୀରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ଆଜି ସକାଳ ୫ଟା ୩୦ ସୁଦ୍ଧା ପୁରୀରେ ସର୍ବାଧିକ ୬୬.୨ ମିଲିମିଟର ବର୍ଷା ରେକର୍ଡ ହୋଇଛି। ସେହିପରି ଭୁବନେଶ୍ୱରରେ ୫୭.୬, ବାଲେଶ୍ୱର ୪୨.୬ ଏବଂ ଗୋପାଳପୁରରେ ୩୫.୮ ମିଲି ମିଟର ବର୍ଷା ରେକର୍ଡ କରାଯାଇଛି।

Weather Report Weather Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe