Advertisment

୩ରେ ଘୂର୍ଣ୍ଣିବଳୟ, ୫ରେ ଲଘୁଚାପ କ୍ଷେତ୍ର !

୩ ଓ ୪ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Weather

Weather

ଆସନ୍ତା ୩ତାରିଖରେ  ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୩ ତାରିଖରୁ ପାଗର ପରିବର୍ତ୍ତନ ହେବ। ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ହେତୁ ରାଜ୍ୟରେ ୩ ତାରିଖରୁ ବର୍ଷାର ବିସ୍ତୃତି ବଢିବ। ତେବେ ୩ ଓ ୪ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ସେପ୍ଟେମ୍ୱର ୧ ତାରିଖରେ ତଥା ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଦେବଗଡ଼,ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ସାମାନ୍ୟ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

୨ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ସମ୍ୱଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୩ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନୟାଗଡ଼, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Weather Report Weather Condiction