ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହା ପ୍ରଭାବରେ ରାଜ୍ୟ ପ୍ରବଳରୁ ଅତି ପ୍ରବଳରୁ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହୋଇଛିା ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏ ବ୍ୟାପିଛି। ଏହା ପ୍ରଭାବରେ ରାଜ୍ୟରେ ଏକାଧିକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ପାଣିବିଜ୍ଞାନୀ ଉମାଶଙ୍କର ଦାଶଙ୍କ ସୂଚନା ଅନୁସାରେ, ଏହି ଲଘୁଚାପ କ୍ଷେତ୍ର ପ୍ରବାହ ଦକ୍ଷିଣ ଓଡ଼ିଶାରେ ବେଶୀ ପଡ଼ିବ। ଏହା ପ୍ରଭାବରେ ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ହେଲେ ଆଜି ୩ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ମାଲକାନଗିରି, ନବରଙ୍ଗପୁର ଏବଂ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗିର ଓ କନ୍ଧମାଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଆଗାମୀ ୩ ତିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ବିସ୍ତୁତି ରହିବ ବୋଲି ଶ୍ରୀ ଦାଶ ସୂଚନା ଦେଇଛନ୍ତି।
ସୃଷ୍ଟି ହେଲା #ଲଘୁଚାପ!!
— Meteorological Centre, Bhubaneswar (@mcbbsr) September 5, 2023
ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ସୃଷ୍ଟି ହେଲା #ଲଘୁଚାପ କ୍ଷେତ୍ର l ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି l pic.twitter.com/QWHuNu4exr
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।