Advertisment

୧୨ରେ ଘୂର୍ଣ୍ଣିବଳୟ! ୧୧ରୁ ବର୍ଷିବ

୯ ଓ ୧୦ ତାରିଖରେ ରାଜ୍ୟରେ ପାଗ ଶୁଖିଲା ରହିବ।

Weather

Weather

Advertisment

୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୯ ଓ ୧୦ ତାରିଖରେ ରାଜ୍ୟରେ ପାଗ ଶୁଖିଲା ରହିବ। ତାପମାତ୍ରାରେ ସାମାନ୍ୟ ବୃଦ୍ଧି ହେବାର ସମ୍ଭାବନା ରହିଛି। ୧୧ ତାରିଖରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୧୨ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ, ଆସନ୍ତା ୧୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ସେହିପରି ୧୨ ତାରିଖରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜତସିଂହପୁର ଓ ପୁରୀ ଜିଲ୍ଲାରେ କେତେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Weather Report Weather Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe