Advertisment

ଆଜି ପଶ୍ଚିମ ଓଡ଼ିଶାରେ ଛେଚିବ, ୱାର୍ଣ୍ଣିଂ ଜାରି

ଆସନ୍ତାକାଲି ବର୍ଷାର ପରିମାଣ ସାମାନ୍ୟ କମିବ।

ଅଦ୍ୟତନ ହୋଇଛି
Weather

Weather

Advertisment

ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା। ଆଜି ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂଜାରି ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଏବଂ ସୁନ୍ଦରଗଡ଼। ଏସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

Advertisment

ସେହିପରି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂଜାରି ହୋଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୋଳ, କେନ୍ଦୁଝର ଏବଂ ମୟୂରଭଂଜ। ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟି ମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

ଆସନ୍ତାକାଲି ବର୍ଷାର ପରିମାଣ ସାମାନ୍ୟ କମିବ। ଅଧିକାଂଶ ସ୍ଥାନରେ ସାମାନ୍ୟ ବର୍ଷାର ସମ୍ଭାବନା ଥିବା ବେଳେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ୨୩, ୨୪ ଓ ୨୫ ତାରିଖରେ ବର୍ଷା ପରିମାଣ କମିଲେ ମଧ୍ୟ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment
Weather Report Weather Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe