ଉତ୍ତର-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଏହା ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ପରେ ପଶ୍ଚିମବଙ୍ଗ ଉତ୍ତର ଓଡ଼ିଶା ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ। ଏହା ପ୍ରଭାବରେ ଆସନ୍ତାକାଲି ଅର୍ଥାତ୍ ୩୦ ତାରିଖରୁ ଅକ୍ଟୋବର ୩ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ସମ୍ଭାବ୍ୟ ବର୍ଷା ସ୍ଥିତିକୁ ଦେଖି ଅକ୍ଟୋବର ୧ରୁ ୨ ତାରିଖ ସକାଳ ଯାଏଁ ରାଜ୍ୟର ୧୦ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲା ଗୁଡ଼ିକ ହେଉଛି, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ, କେଉଁଝର ଏବଂ ମୟୂରଭଞ୍ଜ।
ବଙ୍ଗୋପସାଗର ରେ ସୃଷ୍ଟି ହେଲା ଲଘୁଚାପ!!
— Meteorological Centre, Bhubaneswar (@mcbbsr) September 29, 2023
ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା #ଲଘୁଚାପ | ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ ରେ ପରିଣତ ହୋଇ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି | pic.twitter.com/b9j578sW51
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।