Advertisment

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୨୧ରେ ଲଘୁଚାପ କ୍ଷେତ୍ର

ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାପରେ ତାର ରୂପରେଖ ଜଣାପଡ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅଦ୍ୟତନ ହୋଇଛି
Weather

Weather

Advertisment

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। କାଳକ୍ରମେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୧ ତାରିଖ ସକାଳ ବେଳକୁ ଲଘୁଚାପ କ୍ଷେତ୍ରର  ରୂପ ନେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟଟି ଦକ୍ଷିଣପୂର୍ବ ବଙ୍ଗୋପସାଗର ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳର ତଳଭାଗରେ ସକ୍ରିୟ ରହିଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ୨୧ ତାରିଖ ସକାଳ ବେଳକୁ  ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।

ପର଼ବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ୨୩ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତର ରୂପ ନେବ।ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୨୪ରେ ହାଲୁକା ବର୍ଷା ଓ ୨୫ରେ ବର୍ଷା ପରିମାଣ ବଢ଼ିବ ବୋଲି ପୂର୍ବାନୁମାନ କରାଯାଇଛି।   ତେବେ ୨୦ରୁ ୨୩ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ପାଣିପାଗକେନ୍ଦ୍ର ପକ୍ଷରୁ  କୁହାଯାଇଛି।

Advertisment

 ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାପରେ ତାର ରୂପରେଖ ଜଣାପଡ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବ ଓଡ଼ିଶା ଉପରେ କ’ଣ ରହିବ, ସେ ନେଇ କିଛି ସ୍ପଷ୍ଟ ହୋଇ ନାହିଁ।

Weather Weather Conditions Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe