Advertisment

ଭୀଷଣ ବାତ୍ୟାର ରୂପ ନେଲା ବାତ୍ୟା ‘ହାମୁନ’; କାଲି ଛୁଇଁବ ସ୍ଥଳଭାଗ

ଦିନ ସାଢ଼େ ୧୧ଟା ପରେ ସମୁଦ୍ରରେ ବାତ୍ୟା ‘ହାମୁନ’ ଦୁର୍ବଳ ହେବାର ସମ୍ଭାବନା ରହିଛି।

Weather

Weather

Advertisment

ଭୀଷଣ ବାତ୍ୟାରେ ପରିଣତ ହୋଇଛି  ବାତ୍ୟା ‘ହାମୁନ’। ଏହା ପାରାଦୀପଠାରୁ ପୂର୍ବ-ଦକ୍ଷିଣପୂର୍ବର ୨୧୦ କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ଗତ ୬ ଘଣ୍ଟାରେ ୧୮ କିମି ବେଗରେ ଉତ୍ତରପୂର୍ବ ଦିଗରେ ଅଗ୍ରସର ହେଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗ ବିଭାଗ ସୂଚନା ଅନୁସାରେ, ବାତ୍ୟା ‘ହାମୁନ’ ପ୍ରଭାବ ଓଡ଼ିଶାରେ ଉପରେ ପଡ଼ିବ ନାହିଁ। ଏହା ପ୍ରଭାବରେ ଉତ୍ତର ଓଡ଼ିଶା ଉପକୂଳରେ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ବାଲେଶ୍ୱର, ମୟୂରଭଞ୍ଜ ଓ ଭଦ୍ରକ। ଏହି ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଅବଶିଷ୍ଟ ଉପକୂଳ ଓଡ଼ିଶା, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକା ଓ ମଧ୍ୟ ଧରଣରବର୍ଷା ହେବାର ସମ୍ଭାବନା ରହିଛି।

ଦିନ ସାଢ଼େ ୧୧ଟା ପରେ ସମୁଦ୍ରରେ ବାତ୍ୟା ‘ହାମୁନ’ ଦୁର୍ବଳ ହେବାର ସମ୍ଭାବନା ରହିଛି। ଏହା ଦୁର୍ବଳ ହୋଇ କାଲି ମଧ୍ୟାହ୍ନ ସୁଦ୍ଧା ବାଂଲାଦେଶ ଉପକୂଳର ଖେପୁପଡ଼ା-ଚିଟ୍ଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଛୁଇଁବ। ଆଉ ସେତେବଳକୁ ଏହା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ସାରିଥିବ ବୋଲି IMD ପୂର୍ବାନୁମାନ କରିଛି।

Advertisment

ବାତ୍ୟା ‘ହାମୁନ’ ପ୍ରଭାବରେ ବର୍ତ୍ତମାନ ବଙ୍ଗୋପସାଗରରେ ୯୦ରୁ ୧୦୦ କିମି ବେଗରେ ପବନ ବହୁଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Weather Report Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe