Weather
ଉପକୂଳଠୁ ଆରମ୍ଭ କରି ପଶ୍ଚିମ ତଥା ଆଭ୍ୟନ୍ତରୀଣ ଓଡ଼ିଶା ସବୁଠି ତତଲା କଢେଇରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। କଲବଲ କରୁଥିବା ତାତିରୁ ନିସ୍ତାର ପାଇଁ ରାଜ୍ୟବାସୀ ଆଉଟୁପାଉଟୁ ହେଉଥିବା ବେଳେ ଏବେ ସେଥିରୁ ମିଳିବନି ତ୍ରାହି। ତେବେ ୨ଦିନ ଭିତରେ ତାପମାତ୍ରା ୪ରୁ ୫ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ସେହିପରି ରାତି ତାପମାତ୍ରା ୨ରୁ୩ ଡିଗ୍ରୀ ବଢ଼ିବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ବଢୁଥିବା ତାତିକୁ ଦୃଷ୍ଟିରେ ରଖି ପ୍ରଶାସନ ସଜାଗ ହୋଇଛି। ଅଂଶୁଘାତ ଓ ଡାଇରିଆ ଭଳି ଅସୁସ୍ଥତା ଉପରେ ନିୟନ୍ତ୍ରଣ ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ଅଂଶୁଘାତ ଜନିତ ଅସୁସ୍ଥତାର ଚିକିତ୍ସା ପାଇଁ ସମସ୍ତ ହସ୍ପିଟାଲକୁ ପ୍ରସ୍ତୁତ ରହିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ କୌଣସି ଅଘଟଣ ଏଡ଼ାଇବାକୁ ଅଗ୍ନିଶମ ବିଭାଗ ପ୍ରସ୍ତୁତ ରହିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି।
ଗତକାଲି ମାଲକାନଗିରିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୯ ଦଶମିକ ୭ ଡିଗ୍ରୀ ରେକର୍ଡ କରାଯାଇଥିଲା। ରାୟଗଡ଼ା ଓ ଝାରସୁଗୁଡ଼ାରେ ୩୮ ଦଶମିକ ୬, ବଲାଙ୍ଗିର ଓ ପାରଳାଖେମୁଣ୍ଡିରେ ତାପମାତ୍ରା ଥିଲା ୩୮ ଡିଗ୍ରୀ। ଭୁବନେଶ୍ୱରରେ ଗତକାଲି ତାପମାତ୍ରା ଥିଲା ୩୫ ଦଶମିକ ୨ ଡିଗ୍ରୀ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Weather_1711951265.jpg)