Advertisment

ଆହୁରି ୨୪ ଘଣ୍ଟା ବର୍ଷିବ

ଆଜି ସକାଳେ ଟ୍ୱିନ୍‌ ସିଟି ସମେତ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି।

Rain

Rain

Advertisment

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ଆଜି ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ଛାଡ଼ିଦେଲେ ବାକି ସମସ୍ତ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ଆଜି ଏହି ସୂଚନା ଦେଇଛନ୍ତି ।

Advertisment

ସେ କହିଛନ୍ତି, ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ଅନେକ ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ଲାଗି ରହିବ। ହେଲେ ଗୋଟିଏ ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯେପରିକି ନବରଙ୍ଗଗପୁର, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, କଟକ, ଗଞ୍ଜାମ , ଗଜପତି , ରାୟଗଡ଼ା ଓ କେନ୍ଦ୍ରାପଡ଼ାରେ ଜିଲ୍ଲାରେ ମଧ୍ୟମ ଧରଣ ବର୍ଷା ହୋଇପାରେ। କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ଗୋଟିଏ ୨ଟି ସ୍ଥାନରେ ବର୍ଷା ହୋଇପାରେ। ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି , ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଆଜି ସକାଳେ ଟ୍ୱିନ୍‌ ସିଟି ସମେତ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ଅଦିନିଆ ବର୍ଷା ଯୋଗୁ ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଛି। ବର୍ଷକର ଅମଳ ନଷ୍ଟ ହୋଇଯିବା ଯୋଗୁ ଚିନ୍ତାରେ ପଡ଼ିଯାଇଛନ୍ତି ଚାଷୀ।

Advertisment
Heavy Rain Weather Report Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe