ତାତିରୁ ସାମାନ୍ୟ ଆଶ୍ୱସ୍ତି ଦେଇଛି କାଳବୈଶାଖୀ ବର୍ଷା। କାଳବୈଶାଖୀ ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଆଜିଠୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପେଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ଗଂଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ଭଦ୍ରକ,ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ଏବଂ ୧୭ ତାରିଖରେ ସାରା ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତାକାଲି କିଛି ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଏ ନେଇ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
Also Read
ବର୍ଷା ପ୍ରଭାବରେ ଆଗାମୀ ୨ ଦିନମଧ୍ୟରେ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗତକାଲି ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
କାଲିଠୁ କମିବ ବର୍ଷା, ଘନ କୁହୁଡ଼ି ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଅଧିକ ବର୍ଷା ହୋଇଛି ନୟାଗଡ଼ ଜିଲ୍ଲା ରଣପୁରରେ।
Weather
ଦୁର୍ବଳ ହେଉଛି ଅବପାତ; ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ରେକର୍ଡ
ମତ୍ସ୍ୟଜୀବୀମାନେ ସମୁଦ୍ରକୁ ନଯିବା ପାଇଁ କୁହାଯାଇଛି। ଯେଉଁମାନେ ସମୁଦ୍ରରେ ଅଛନ୍ତି କୂଳକୁ ଫେରି ଆସିବାକୁ ନିବେଦନ କରାଯାଇଛି।
Weather
ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଆସନ୍ତା ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର।
Weather
ଲାଗି ରହିଛି ବର୍ଷା, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଆଗାମୀ ୩ ଦିନରେ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ତା’ପରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରାରେ ୨-୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି।