Advertisment

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିବା ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି।

ଅଦ୍ୟତନ ହୋଇଛି
Weather

Weather

Advertisment

ଦକ୍ଷିଣ ଓଡ଼ିଶା ଉପକୂଳର ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ର ସଂଲଗ୍ନ ଉତ୍ତରପଶ୍ଚିମ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ୭.୬ କିଲୋମିଟର ଯାଏ ବ୍ୟାପିଛି। ଏହା ଦକ୍ଷିଣ ପଶ୍ଚିମ ଦିଗକୁ ଢଳି ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ପରିବ୍ୟାପ୍ତ ରହିଛି। ଏହା କ୍ରମଶଃ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ। ଏହା ପ୍ରଭାବ ଓଡ଼ିଶା ଉପରେ ପଡ଼ିବ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାରେ କେଉଁ ଜିଲ୍ଲାରେ ବର୍ଷା ଓ ପବନ ହେବ ସେନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ।

ସୂଚନାଯୋଗ୍ୟ, ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିବା ପ୍ରଭାବରେ ବର୍ଷା ଲାଗିରହିଛି। ଆଜି କିଛି ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଥିଲା। ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Advertisment

Weather Report Weather
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe