Advertisment

ଆଜି ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର, ୨ଦିନ ପ୍ରବଳ ବର୍ଷିବ

ଘୂର୍ଣ୍ଣିବଳୟ ଏବଂ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।

author-image
Tapaswini Nayak
Weather

Weather

ଗତ ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଦାନା ବାନ୍ଧୁଛି। ଗତକାଲି ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।

Advertisment

IMD ଡିଜି କହିଛନ୍ତି ଯେ,  ଘୂର୍ଣ୍ଣିବଳୟ ଏବଂ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ। କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ପ୍ରବଳ ବର୍ଷା ନେଇ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ତେବେ ବଙ୍ଗୋପ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ କି ନାହିଁ ସୃଷ୍ଟ ହୋଇନାହିଁ। 

 ସୂଚନାଯୋଗ୍ୟ, ରାଜ୍ୟରେ କିଛି ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ନଦୀ ଗୁଡ଼ିକ ଫୁଲିବା ସହ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହୋଇଛି। ଏଥିସହ ତଳିଆ ଅଞ୍ଚଳରେ ବିଭିନ୍ନ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଥିବା ନଜିର ରହିଛି। 

Advertisment
Heavy Rain Weather Report Weather Condiction