Advertisment

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; ମଧ୍ୟରାତିରେ ଓଡ଼ିଶା ଉପକୂଳ ଅତିକ୍ରମ କରିବ

ଲଘୁଚାପ ପ୍ରଭାବରେ ରାଜ୍ୟରେ ୧ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Weather

Weather

କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପଟି ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମକୁ ମୁହାଁଇ ମଧ୍ୟରାତିରେ ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଏହା କଳିଙ୍ଗପଟ୍ଟନମ ଠାରୁ ୮୦ କି.ମି. ଦୂରରେ ଥିବା ବେଳେ ଗୋପାଳପୁର ଠାରୁ ୧୮୦ କିମି ଦୂରରେ ଅବସ୍ଥିତ ରହିଛି।  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

Advertisment

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ବି କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧ ତାରିଖ ସକାଳ ସାଢ଼େ ୮ଟାରୁ ୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ନବରଙ୍ଗପୁରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ୧ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

Weather Report Weather Weather Condiction