ଆଜି ଅବପାତରେ ପରିଣତ ହେବ ସୁଦୃଶ୍ୟ ଲଘୁଚାପ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ୨୭ରୁ ୨୯ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ତତ୍ ସଂଲଗ୍ନ ଭାରତ ମହାସାଗର ନିକଟସ୍ଥ ଅଞ୍ଚଳରେ ଅବସ୍ଥିତ ସୁଦୃଶ୍ୟ ଲଘୁଚାପ
ଏହାର ପ୍ରଭାବରେ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତିନି ଦିନ ରାଜ୍ୟର ବିଭିନ୍ନ ସ୍ଥାନ ତଥା ବିଶେଷ ଭାବେ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।