Advertisment

ରାଜ୍ୟରେ ଅସହ୍ୟ ଶୀତ: ୧ ଡିଗ୍ରୀକୁ ଖସିଲା ପାରଦ, କେଉଁଠି ଜାଣନ୍ତୁ

ରାଜ୍ୟ ଆହୁରି ଶୀତ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି।

ଅଦ୍ୟତନ ହୋଇଛି
simlipal national park

simlipal national park

Advertisment

ରାଜ୍ୟରେ ଧୀରେ ଧୀରେ ବଢୁଛି ଶୀତ। ସକାଳ ଓ ରାତି ସମୟରେ ଘରୁ ବାହାରିବା କଷ୍ଟ ହୋଇ ପଡ଼ୁଛି। ସକାଳେ କୁହୁଡିର ଚାଦର ଢାଙ୍କି ହୋଇଯାଉଛି। ସନ୍ଧ୍ୟା ହେବା ମାତ୍ରେ ମାଡ଼ି ଆସୁଛି ଜାଡ଼। ଦେହ ଥରାଇ ଦେଉଛି କୋହଲା ପବନ।

Advertisment

ବିଶେଷକରି ଉପାନ୍ତ ଓ ପାହାଡିଆ ଅଞ୍ଚଳମାନଙ୍କରେ ଅଧିକ ଶୀତ ଅନୁଭୂତ ହେଉଛି । ଶୀତର ପ୍ରକୋପ ଯୋଗୁ ଶିମିଳିପାଳ ଅଭୟାରଣ୍ୟରେ ସର୍ବନିମ୍ନ ତାପମାତ୍ରା ୧ ଡିଗ୍ରୀ ରହିଛି। ଅଭୟାରଣ୍ୟର କୋର ଇଲାକାର ଥିବା ଆପାର ବାରାହାକାମୁଡାରେ ସର୍ବନିମ୍ନ ତାପମାତ୍ରା ୧ ଡିଗ୍ରୀ ରେକର୍ଡ କରାଯାଇଥିବା  ଶିମିଳିପାଳ କର୍ତ୍ତୃପକ୍ଷ ଏହି ସୂଚନା ଦେଇଛନ୍ତି।

ଗତକାଲି ରାତିରେ ଶିମିଳିପାଳର ନଅଣାରେ ୪ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ଚହଲାରେ ୩ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ବରେହିପାଣିରେ ୫ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଗୁଡୁଗୁଡିଆରେ ୬ ଡିଗ୍ରୀ ଓ ରାମତିର୍ଥରେ ୧୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

Advertisment

ସେହିପରି ଗତକାଲି ୧୦ ଡିଗ୍ରୀ ତଳେ ୧୧ ସହରର ତାପମାତ୍ରା ରେକର୍ଡ କରାଯାଇଛି। ଗତକାଲି ରାତିରେ ସବୁଠୁ ଥଣ୍ଡା ସହର ଭାବେ ରେକର୍ଡ କରିଛି ରାଉରକେଲା। ଷ୍ଟିଲ୍ ସିଟି ରାଉରକେଲାରେ ୫.୭ ଡିଗ୍ରୀ, ଫୁଲବାଣୀରେ ୭, ଝାରସୁଗୁଡ଼ାରେ ୭.୧, ଦାରିଙ୍ଗବାଡ଼ି ୭.୫, ଭବାନୀପାଟଣାରେ ୭.୮ ଡିଗ୍ରୀ ରେକର୍ଡ କରାଯାଇଛି। ଚଳିତ ସିଜନରେ ଟ୍ୱିନ ସିଟିରେ ସବୁଠୁ କମ୍ ତାପମାତ୍ରା ରେକର୍ଡ ହୋଇଛି। ଭୁବନେଶ୍ୱରରେ ୧୦.୯ ଓ କଟକରେ ୧୧ ଡିଗ୍ରୀ  ରେକର୍ଡ କରାଯାଇଛି। 

ଅନ୍ୟପକ୍ଷରେ ରାଜ୍ୟ ଆହୁରି ଶୀତ ବଢ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି। ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଅନୁଗୋଳ ଜିଲ୍ଲାରେ ଶୀତ ଲହର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ଯାଏଁ ଏମିତି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Weather Report Winter
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe