Advertisment

୧୨ ଘଣ୍ଟାରେ ଅବପାତ ! ଚାଷୀ ଛାନିଆ

ଆଜି ସକାଳେ ମଧ୍ୟ ଟ୍ୱିନ୍‌ ସିଟିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Weather

Weather

ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଆଗାମୀ ୧୨ ଘଣ୍ଟାରେ ଏହା ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି।

Advertisment

ପାଣିପାଗର ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଆଜି ଓ ଆସନ୍ତକାଲି ମେଘୁଆ ପାଗ ସହ ବର୍ଷାର ହେବ। ଥିସହ ରବିବାର ମଧ୍ୟ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜି ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବ। ସେହି ଜିଲ୍ଲା ଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ସୋନପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

୨୧ ତାରିଖ ସକାଳ ସାଢ଼େ ୮ଟାରୁ ୨୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ଆଜି ସକାଳେ ମଧ୍ୟ ଟ୍ୱିନ୍‌ ସିଟିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି।

Advertisment

ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେବା ପରେ ଚିନ୍ତାରେ ପଡ଼ିଯାଇଛନ୍ତି ଚାଷୀ। ଅଦିନିଆ ବର୍ଷାରେ ପାଚିଲା ଧାନ ନଷ୍ଟ ହୋଇଯିବା ଆଶଙ୍କାରେ ଧାନକୁ କାଟି ଖଳାକୁ ନେଇ ଯାଉଛନ୍ତି ଚାଷୀ।

Heavy Rain Weather Report Weather Condiction