Advertisment

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ

ଆସନ୍ତା ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର।

ଅଦ୍ୟତନ ହୋଇଛି
Rain

Rain

Advertisment

ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଆନ୍ଧ୍ର ଉପକୂଳ ଉପରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟା ପ୍ରତି ୭ କିଲୋମିଟର ଗତିରେ ପୂର୍ବ ଉତ୍ତର ପୂର୍ବ ଦିଗରେ ଗତି କରୁଛି। ଏହା ବର୍ତ୍ତମାନ ଗୋପାଳପୁରଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୬୦୦ କିଲୋମିଟର ଦୂରରେ ରହିଛି। ଏହି ଅବପାତ ଆସନ୍ତା ୧୨ ଘଣ୍ଟା ଭିତରେ
ଦୁର୍ବଳ ହେବା ନେଇ ସୂଚନା ଦେଇଛି ପାଣିପାଗ କେନ୍ଦ୍ର।

Advertisment

ଏହାର ପ୍ରଭାବରେ ରାଜ୍ୟରେ ଗତକାଲିଠୁ ଲାଗି ରହିଛି ବର୍ଷା। ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। 

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରଆ, ଆଜି କେନ୍ଦ୍ରାପଡା, ଜଗତସିଂହପୁର, ଗଂଜାମ ଓ ଗଜପତି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ।ସେହିପରି ମୟୂରଭଞ୍ଜ,କେନ୍ଦୁଝର, ଯାଜପୁର ଓ ଢେଙ୍କାନାଳରେ ବି ବର୍ଷା ସମ୍ଭାବନା ରହିଛି। ଅନ୍ୟ ସ୍ଥାନରେ ପାଗ ମେଘୁଆ ରହିବା ସହ କୋହଲା ପବନ ଲାଗି ରହିବ।

Advertisment

ଆସନ୍ତା ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର। ଆଜି ସକାଳେ ଟ୍ୱିନ ସମେତ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। 

ଦୁଇଦିନ ଧରି ବର୍ଷା ଲାଗତ ରହିବା ଯୋଗୁ  ଚିନ୍ତାରେ ପଡ଼ିଯାଇଛନ୍ତି ଚାଷୀ ।ଅଦିନିଆ ବର୍ଷାରେ ପାଚିଲା ଧାନ ନଷ୍ଟ ହୋଇଯିବା ଆଶଙ୍କାରେ ଆଜି  ସକାଳୁ ସକାଳୁ ତରବରିଆ ଭାବେ ବିଲରୁ ଧାନ କାଟି ନେଉଛନ୍ତି ଚାଷୀ।  

Weather Report Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe