Advertisment

କାଲି ଲଘୁଚାପ କ୍ଷେତ୍ର; ୧୫ରୁ ବର୍ଷିବ

ରାଜ୍ୟରେ ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ରାଜ୍ୟରେ ଶୀତ ଅନୁଭୂତ ହେଉଛି।

author-image
Tapaswini Nayak
ଅଦ୍ୟତନ ହୋଇଛି
Weather

Weather

ଆସନ୍ତାକାଲି ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଲଘୁଚାପ କ୍ଷେତ୍ରଟି କ୍ରମେ ଘନୀଭୂତ ହୋଇ ୧୬ ତାରିଖ ବେଳକୁ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ୧୫ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର। ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ସମେତ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ।

ଅନ୍ୟପକ୍ଷରେ ରାଜ୍ୟରେ ପାହାନ୍ତିଆ ଓ ସନ୍ଧ୍ୟା ସମୟରେ  ଶୀତ ଅନୁଭୂତ ହେଉଛି। ଏହା ସହ ପାହାନ୍ତିଆରେ ମଧ୍ୟ କୁହୁଡ଼ି ମଧ୍ୟ ଦେଖିବାକୁ ମିଳୁଛି। ଦାରିଙ୍ଗିବାଡ଼ିରେ ଅଧିକ ଶୀତ ଅନୁଭୂତ ହେଉଛି।  ଆଜି ସକାଳେ ପାଗ ମେଘୁଆ ରହିଥିଲା।

Advertisment

Weather Report Weather Condiction