Advertisment

ଆଜି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, କାଲିଠୁ ବର୍ଷା

୧୬ ତାରିଖ ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଅଦ୍ୟତନ ହୋଇଛି
Weather

Weather

Advertisment

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ୧୫ ତାରିଖରୁ ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସମ୍ଭାବ୍ୟ ଲଘୁଚାପ କ୍ଷେତ୍ରଟି କ୍ରମେ ଘନୀଭୂତ ହୋଇ ୧୬ ତାରିଖ ବେଳକୁ ଅବପାତର ରୂପ ନେଇପାରେ। ଏହାର ପ୍ରଭାବରେ ୧୫ ତାରିଖରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ଏଥିସହ ୧୬ ତାରିଖ ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଏହିସବୁ ଜିଲ୍ଲା ଗୁଡ଼ିକ ହେଲା ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ ଓ ଗଂଜାମ। ଏସବୁ ଜିଲ୍ଲାର ପାର୍ଶ୍ୱବର୍ତ୍ତୀ ଜିଲ୍ଲା ମାନଙ୍କରେ ମଧ୍ୟ ବର୍ଷା ସହ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

Advertisment

ଅନ୍ୟପକ୍ଷରେ ରାଜ୍ୟରେ ଶୀତ ଆରମ୍ଭ ହୋଇଗଲାଣି। ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି। ଏହା ସହ ପାହାନ୍ତିଆରେ ମଧ୍ୟ କୁହୁଡ଼ି ମଧ୍ୟ ଦେଖିବାକୁ ମିଳୁଛି। ଦାରିଙ୍ଗିବାଡ଼ିରେ ଅଧିକ ଶୀତ ଅନୁଭୂତ ହେଉଛି। ।

Weather Report Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe