Advertisment

ଅବପାତରେ ପରିଣତ ହେଲା ଲଘୁଚାପ; ଆଜିଠୁ ବର୍ଷିବ

୧୬ ତାରିଖରେ ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

author-image
Tapaswini Nayak
Weather

Weather

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ କ୍ଷେତ୍ରଟି ଆଜି ଅବପାତରେ ପରିଣତ ହୋଇଛି। ଏହା କ୍ରମେ ଘନୀଭୂତ ହୋଇ ଗଭୀର ଅବପାତ ରୂପ ନେଇପାରେ। ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହେ ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଅବପାତଟି କ୍ରମେ ଘନୀଭୂତ ହୋଇ ୧୬ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳରେ ପହଞ୍ଚି ଏହା ଗଭୀର ଅବପାତର ରୂପ ନେବ। ପରେ ଧୀରେ ଧୀରେ ଏହାର ଗତିପଥ ବଦଳିବ ଓ ଏହା ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରି ଉତ୍ତର ପଶ୍ଚିମ ବଙ୍ଗୋପସାଗର ମଧ୍ୟରେ ଓଡ଼ିଶା ଉପକୂଳ ମୁହାଁ ହେବ। ଏହା ପ୍ରବାହରେ ଆଜି ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।

ସେହିପରି ୧୬ ତାରିଖରେ ବର୍ଷାର ମାତ୍ରା ସର୍ବାଧିକ ରହିବ। ୧୬ ତାରିଖରେ ୩ ଜିଲ୍ଲା- ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳରୁ ଅତି ପ୍ରବଳ (୭ରୁ ୨୦ ସେଣ୍ଟିମିଟର) ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ପାର୍ଶ୍ୱବର୍ତ୍ତୀ ଜିଲ୍ଲା- କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଯାଜପୁର, ବାଲେଶ୍ଵର ଓ ଢେଙ୍କାନାଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେଣ୍ଟିମିଟର) ହେବାର ସମ୍ଭାବନା ରହିଛି। ୧୭ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ (୭ରୁ ୧୧ସେଣ୍ଟିମିଟର) ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି

Advertisment
Weather Report Weather Weather Conditions