Advertisment

ଗଭୀର ଅବପାତରେ ରୂପ ନେଲା ଲଘୁଚାପ; ଏହି ଜିଲ୍ଲାରେ ପ୍ରବଳ ବର୍ଷିବ

୧୮ ତାରିଖ ସକାଳେ ବାଂଲାଦେଶ ଉପକୂଳ ମୋଙ୍ଗଲା ଓ ଖେପୁପରା ମଝିରେ ଅତିକ୍ରମ କରିବ।

ଅଦ୍ୟତନ ହୋଇଛି
Weather

Weather

Advertisment

ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପଟି ଆଜି ଗଭୀର ଅବପାତରେ ରୂପ ନେଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହି ଗଭୀର ଅବପାତଟି ୬ ଘଣ୍ଟାରେ ୧୮କିମି ବେଗରେ ଉତ୍ତର- ଉତ୍ତରପୂର୍ବ ଦିଗକୁ ଗତି କରୁଛି। ଏହା ବିଶାଖାପାଟଣାରୁ ୩୮୦, ପାରାଦୀପ ଠାରୁ ୪୮୦ କିମି ଦୂରରେ ଅବସ୍ଥିତ ଅଛି। ଏହା ଉତ୍ତର- ଉତ୍ତରପୂର୍ବ ଦିଗକୁ ଗତିକରି ଅଧିକ ଘନୀଭୂତ ହେବ। ୧୮ ତାରିଖ ସକାଳେ ବାଂଲାଦେଶ ଉପକୂଳ ମୋଙ୍ଗଲା ଓ ଖେପୁପରା ମଝିରେ ଅତିକ୍ରମ କରିବ। ୧୮ ତାରିଖ ସକାଳେ ପବନର ବେଗ ସର୍ବାଧିକ ୭୫ କିମି ରହିବ।

ଗଭୀର ଅବପାତ ପ୍ରଭାବରେ ଆଜି ଉପକୂଳବର୍ତ୍ତୀ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ପୁରୀ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱର। ଏସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହୋଇପାରେ।

Advertisment

ସେହିପରି ୧୭ ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ (୭ରୁ ୧୧ସେଣ୍ଟିମିଟର) ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି

Weather Report Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe