ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା 'ମିଧିଲି'। ଏହା ଉତ୍ତରପୂର୍ବ ଦିଗକୁ ଘଣ୍ଟାକୁ ୨୦ କିମି ବେଗରେ ଗତି କରୁଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବାତ୍ୟା 'ମିଧିଲି' ପାରାଦୀପଠାରୁ ୧୯୦ କିମି ଦୂରତାରେ ଅବସ୍ଥିତ ଥିବା ବେଳେ ଦୀଘା ଠାରୁ ୨୦୦ କିମି ଦୂରରେ ରହିଛି।ବାତ୍ୟା 'ମିଧିଲି' ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। ଏହା ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ବିଳମ୍ବିତ ରାତି କିମ୍ବା ଭୋର୍ ସୁଦ୍ଧା ବାଂଲାଦେଶର ଖେପୁପରା ଉପକୂଳ ଛୁଇଁବ।
Also Read
ଏହା ପ୍ରଭାବରେ ଓଡ଼ିଶାର ଉପକୂଳ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Weather
ଶୀତ ସାଙ୍ଗକୁ କଲବଲ କରିବ କୁହୁଡି!
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଶୁକ୍ରବାର ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ରାୟଗଡ଼ା ଓ ଝାରସୁଗୁଡ଼ାରେ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।
Weather
ଆଜି ବି ଥରାଇବ ଶୀତ, କାଲି ବଢ଼ିବ କୁହୁଡ଼ି
ବିଶେଷକରି ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, ନୟାଗଡ଼ କେନ୍ଦୁଝର ମୟୂରଭଂଜରେ କୁହୁଡ଼ି ସମ୍ଭାବନା ରହିଛି।
Weather
ଖସୁଛି ପାରଦ, ବଢୁଛି ଶୀତ; କଲବଲ କରିବ ଘନ କୁହୁଡି!
ସେପଟେ ରାଜ୍ୟର କେତେକ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ସକାଳେ ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ ଜିଲ୍ଲାରେ ଘନ କୁହୁଡି ହୋଇପାରେ।