Advertisment

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା 'ମିଧିଲି'

ବାତ୍ୟା 'ମିଧିଲି' ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ।

ଅଦ୍ୟତନ ହୋଇଛି
cyclone

cyclone

Advertisment

ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା 'ମିଧିଲି'। ଏହା ଉତ୍ତରପୂର୍ବ ଦିଗକୁ ଘଣ୍ଟାକୁ ୨୦ କିମି ବେଗରେ ଗତି କରୁଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବାତ୍ୟା 'ମିଧିଲି' ପାରାଦୀପଠାରୁ ୧୯୦ କିମି ଦୂରତାରେ ଅବସ୍ଥିତ ଥିବା ବେଳେ ଦୀଘା ଠାରୁ ୨୦୦ କିମି ଦୂରରେ ରହିଛି।ବାତ୍ୟା 'ମିଧିଲି' ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। ଏହା  ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ବିଳମ୍ବିତ ରାତି କିମ୍ବା ଭୋର୍ ସୁଦ୍ଧା ବାଂଲାଦେଶର ଖେପୁପରା ଉପକୂଳ ଛୁଇଁବ।

ଏହା ପ୍ରଭାବରେ  ଓଡ଼ିଶାର ଉପକୂଳ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।  ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କେନ୍ଦୁଝର ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment
Weather Report Weather Condiction
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe