Advertisment

ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; ୩ରେ ବାତ୍ୟା

ଏହି ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ କେତେ ପଡ଼ିବ, ତାହା ସ୍ପଷ୍ଟ ହୋଇନାହିଁ।

author-image
Tapaswini Nayak
ଅଦ୍ୟତନ ହୋଇଛି
Weather

Weather

ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପଟି ଆଜି ଅବପାତରେ ପରିଣତ ହୋଇଛି। ଏହା ପୁଡୁଚେରୀ ଠାରୁ ୭୯୦, ଚେନ୍ନାଇ ଠାରୁ ୮୦୦ କିମି ଦୂରରେ ଅବସ୍ଥିତ ରହିଛି। ଦିନକ ପରେ ଅର୍ଥାତ ୩ ତାରିଖ ରବିବାର ଏହା ବାତ୍ୟାରେ ରୂପାନ୍ତର ହୋଇପାରେ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ।

Advertisment

ପାଣିପାଗ ବିଭାଗର ସୂଚନା ଅନୁସାରେ, ସୁଦୃଶ୍ୟ ଲଘୁଚାପଟି ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣପୂର୍ବରେ ଅବପାତ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହୋଇ କାଲି ସୁଦ୍ଧା ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୩ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ। ବାତ୍ୟାରେ ପରିଣତ ହୋଇ ୪ ତାରିଖ ସଂଧ୍ୟାରେ ଚେନ୍ନାଇ ଓ ମଛଲିପଟ୍ଟନମ ମଝିରେ ଉପକୂଳ ଛୁଇଁବ ବୋଲି ପୂର୍ବାନୁମାନ କରିଛି ପାଣିପାଗ।

ବାତ୍ୟା ପ୍ରଭାବରେ ରାଜ୍ୟରେ ୩ତାରିଖରୁ ପାଗ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ୪ ତାରିଖରେ ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି।

Advertisment

ସେହିପରି  ୫ ତାରିଖରେ ବର୍ଷାର ପରିମାଣ ବଢ଼ିବ। ଓଡ଼ିଶା ଉପକୂଳରେ ୩୫ରୁ ୫୫ କିମି ବେଗରେ ପବନ ବହିବ। ୫ ତାରିଖରେ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ବାରଣ କରାଯାଇଥିବା ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ତାମିଲନାଡୁର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଗଲାଣି ପ୍ରବଳ ବର୍ଷା। ତାମିଲନାଡୁରେ ସମ୍ଭାବ୍ୟ ବାତ୍ୟାକୁ ଦେଖି ମୁତୟନ କରାଯାଇଛି NDRF ଟିମ୍। ପ୍ରବଳ ବର୍ଷା ଯୋଗୁଁ କାଞ୍ଚିପୁରମ୍ ଓ ଥିରୁବଲ୍ଲୁର ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିର ସମ୍ମୁଖରେ ମଧ୍ୟ ବର୍ଷା ଯୋଗୁଁ ଭକ୍ତମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। 

Weather Report Weather Condiction