Advertisment

ଆସନ୍ତା ୭ ଦିନ କେମିତି ରହିବ ପାଣିପାଗ

ଆସନ୍ତା ୪/୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ସର୍ବନିମ୍ନ ରାତ୍ର ତାପମାତ୍ରାରେ କୌଣସି ପ୍ରକାର ବଡ଼ ପରିବର୍ତ୍ତନର ସମ୍ଭାବନା ନାହିଁ।

Rain

Rain

Advertisment

ଫେବ୍ରୁଆରୀ ମାସରେ ଏପ୍ରିଲ୍ ମାସ ଭଳି ଖରା ହୋଇଆସୁଥିବା ବେଳେ ବର୍ଷା ଯୋଗୁ କିଛି ଦିନ ହେଲାଣି ସେଥିରେ ଲାଗିଛି ବ୍ରେକ୍। ହେଲେ ଆଗକୁ କ’ଣ ରହିବ ପାଣିପାଗର ମିଜାଜ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ? ଆଜି ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍ ଅନୁଯାୟୀ, ଆଗାମୀ ୭ ଦିନରୁ ୪ ଦିନ ପାଗ ଶୁଖିଲା ରହିବ। ଅନ୍ୟ ଦିନ ଗୁଡ଼ିକରେ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ଆଜିଠୁ ଆସନ୍ତାକାଲି ଅର୍ଥାତ୍ ୨୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗିର ଓ ସୋନପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ମାରିବା ସହିତ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ତେଣୁ ଏହି ସବୁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବରଗଡ଼, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ହେବା ସହିତ କୁଆପଥର ମାଡ଼ ହୋଇପାରେ।

୨୮ ତାରିଖ ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସକାଳ ସାଢ଼େ ଆଠଟା ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Advertisment

୨୯ ତାରିଖ ସକାଳ ସାଢ଼େ ୮ଟାରୁ ମାର୍ଚ୍ଚ ୧ ତାରିଖ ସକାଳ ସାଢ଼େ ଆଠଟା ମଧ୍ୟରେ ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଜିଲ୍ଳାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। ବାକି ସବୁ ଜିଲ୍ଲାରେ ପାଗ ଶୁଖିଲା ରହିପାରେ।

୧ ତାରିଖ ସକାଳ ସାଢ଼େ ୮ଟାରୁ ୨ ତାରିଖ ସକାଳ ସାଢ଼େ ୮ଟା , ୨ ତାରିଖ ସକାଳ ସାଢ଼େ ୮ଟାରୁ ୩ ତାରିଖ ସକାଳ ସାଢ଼େ ୮ଟା , ୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ପାଗ ଶୁଖିଲା ରହିବାର ଅଧିକ ସମ୍ଭାବନା ରହିଛି।

୪ ତାରିଖ ସକାଳ ସାଢ଼େ ୮ଟାରୁ ୫ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ରାଜ୍ୟର ଅନ୍ୟ ସମସ୍ତ ସ୍ଥାନରେ ପାଗ ଶୁଖିଲା ରହିବାର ଅଧିକ ସମ୍ଭାବନା ରହିଛି।

ସେହିପରି ଆସନ୍ତା ୪/୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ସର୍ବନିମ୍ନ ରାତ୍ର ତାପମାତ୍ରାରେ କୌଣସି ପ୍ରକାର ବଡ଼ ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Weather Report Weather Update Weather News Weather Forecast
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe