Rain
ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଏବଂ ପଶ୍ଚିମବଙ୍ଗର ସଂଲଗ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ଆଜି ସକାଳ ସାଢ଼େ ୮ଟା ବେଳେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଉତ୍ତର ଓଡ଼ିଶା ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି।
ପାଣିପାଗର ସ୍ଥିତି ଏହିଭଳି ଥିବା ବେଳେ ଆଜିଠାରୁ ଜୁଲାଇ ୨ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ବଜ୍ରପାତ ସହିତ ପବନ ହେବାର ସମ୍ଭାବନା ରହିଛି।
ଆସନ୍ତାକାଲି (ଜୁନ୍ ୨୭) ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ରାଜ୍ୟର କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗିର ଓ ବୌଦ୍ଧ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତା’ସହିତ ଝଟକା ପବନ ବହିବାର ସମ୍ଭାବନା ରହିଛି। ଝଟକା ପବନର ବେଗ ଘଣ୍ଟାପ୍ରତି ୩୦ରୁ ୪୦ କିମି ରହିପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ (କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପ୍ରସ୍ତୁତ ରୁହନ୍ତୁ) ଜାରି କରାଯାଇଛି।
ସେହିଭଳି ଏହି ସମୟ ମଧ୍ୟରେ ବରଗଡ଼, ନୂଆପଡ଼ା, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, ମୟୂରଭଞ୍ଜ, ଝାରସୁଗୁଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତା’ ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ (ସତର୍କ ରୁହନ୍ତୁ) ୱାର୍ଣ୍ଣିଂ ଜାରି କରାଯାଇଛି।
ଏହା ସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ମାରିବା ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ଝଟକା ପବନ ହୋଇପାରେ। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୨୮ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତା’ ସାଙ୍ଗକୁ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ଝଟକା ପବନ ବହିପାରେ। ଏଣୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ୩୦-୪୦ କିମି ବେଗରେ ଝଟକା ପବନ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।
୨୮ ତାରିଖ ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତା’ ସହିତ ଘଣ୍ଟା ପ୍ରତି ୩୦-୪୦ କିମି ବେଗରେ ଝଟକା ପବନ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।
୨୯ ତାରିଖ ସକାଳ ସାଢ଼େ ୮ଟାରୁ ୩୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୩୦ ତାରିଖ ସକାଳ ସାଢ଼େ ୮ଟାରୁ ଜୁଲାଇ ୧ ତାରିଖ ସାଢ଼େ ୮ଟା ପର୍ଯ୍ୟନ୍ତ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ ଓ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।
୧ ତାରିଖ ସକାଳ ସାଢ଼େ ୮ଟାରୁ ୨ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।
ଜୁଲାଇ ୨ ତାରିଖ ସକାଳ ସାଢ଼େ ୮ଟାରୁ ୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ନୂଆପଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/Rain_1750940474.jpg)