Advertisment

ଆସନ୍ତାକାଲି କେଉଁଠି ହୋଇପାରେ ବର୍ଷା

୧୧ ତାରିଖ ପରେ ଦିନର ସର୍ବାଧିକ ତାପମାତ୍ରା ବୃଦ୍ଧି ହେବ। କିଛି କିଛି ସ୍ଥାନରେ ଦିନର ସର୍ବାଧିକ ତାପମାତ୍ରା ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି।

Rain

Rain

Advertisment

କିଛି ଦିନ ହେଲାଣି ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆସନ୍ତାକାଲି ମଧ୍ୟ କେତୋଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍ ଅନୁଯାୟୀ, ଆସନ୍ତାକାଲି ସକାଳେ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାର କିଛି ଜିଲ୍ଲା ସହିତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

Advertisment

ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୧୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକ ସହିତ କଟକ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବଲାଙ୍ଗିର, ବୌଦ୍ଧ ଓ ନବରଙ୍ଗପୁରର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବାକି ସବୁ ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବାର ସମ୍ଭାବନା ରହିଛି।

୧୦ ତାରିଖ ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କୋରାପୁଟ, ଗଜପତି, ରାୟଗଡ଼ା, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହା ପରେ ୧୩ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ୧୪ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ ଓ ଦେବଗଡ଼ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଆକଳନ କରିଛି। ବାକି ସବୁ ଜିଲ୍ଲାରେ ପାଗ ଶୁଖିଲା ରହିବାର ସମ୍ଭାବନା ରହିଛି।

Advertisment

ଅନ୍ୟପକ୍ଷରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ୧୧ ତାରିଖ ପରେ ଦିନର ସର୍ବାଧିକ ତାପମାତ୍ରା ବୃଦ୍ଧି ହେବ। କିଛି କିଛି ସ୍ଥାନରେ ଦିନର ସର୍ବାଧିକ ତାପମାତ୍ରା ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି।

Weather Forecast Weather Report Weather Update
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe